4ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
5କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
6ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
7ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।