5 କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
7 ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
8 ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
10 ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
11 ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।