Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 22

ହିତୋପଦେଶ 22:7-12

Help us?
Click on verse(s) to share them!
7ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
8ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
9ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
10ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
11ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।
12ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।

Read ହିତୋପଦେଶ 22ହିତୋପଦେଶ 22
Compare ହିତୋପଦେଶ 22:7-12ହିତୋପଦେଶ 22:7-12