9ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
10ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
11ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।
12ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।
13ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
14ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।
15ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ।