Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 23

ହିତୋପଦେଶ 23:1-13

Help us?
Click on verse(s) to share them!
1ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।
2ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।
3ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।
4ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ।
5ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
6କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;
7କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।
8ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍‍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।
9ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।
10ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ।
11କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
12ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।
13ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।

Read ହିତୋପଦେଶ 23ହିତୋପଦେଶ 23
Compare ହିତୋପଦେଶ 23:1-13ହିତୋପଦେଶ 23:1-13