Text copied!
Bibles in Odia

ହିତୋପଦେଶ 23:1-13 in Odia

Help us?

ହିତୋପଦେଶ 23:1-13 in ଓଡିଆ ବାଇବେଲ

1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।
2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।
3 ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।
4 ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ।
5 ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
6 କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;
7 କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।
8 ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍‍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।
9 ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।
10 ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ।
11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
12 ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।
13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।
ହିତୋପଦେଶ 23 in ଓଡିଆ ବାଇବେଲ