Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 23

ହିତୋପଦେଶ 23:16-26

Help us?
Click on verse(s) to share them!
16ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ।
17ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।
18କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
19ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍‍ପଥରେ କଢ଼ାଇ ନିଅ।
20ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।
21କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ ପୁଣି, ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।
22ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ।
23ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।
24ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।
25ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।
26ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋ’ ପଥରେ ତୁଷ୍ଟ ହେଉ।

Read ହିତୋପଦେଶ 23ହିତୋପଦେଶ 23
Compare ହିତୋପଦେଶ 23:16-26ହିତୋପଦେଶ 23:16-26