Text copied!
Bibles in Odia

ହିତୋପଦେଶ 23:19-29 in Odia

Help us?

ହିତୋପଦେଶ 23:19-29 in ଓଡିଆ ବାଇବେଲ

19 ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍‍ପଥରେ କଢ଼ାଇ ନିଅ।
20 ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।
21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ ପୁଣି, ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।
22 ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ।
23 ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।
24 ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।
25 ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।
26 ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋ’ ପଥରେ ତୁଷ୍ଟ ହେଉ।
27 କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଙ୍କୀର୍ଣ୍ଣ କୂପ ଅଟେ।
28 ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।
29 କାହାର ହାହାକାର ? କାହାର ଓକାର ? କାହାର କଳି ? କାହାର ବକାବକି ? କାହାର ଅକାରଣ କ୍ଷତ ? କାହାର ରକ୍ତବର୍ଣ୍ଣ ଚକ୍ଷୁ ?
ହିତୋପଦେଶ 23 in ଓଡିଆ ବାଇବେଲ