25ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।
26ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋ’ ପଥରେ ତୁଷ୍ଟ ହେଉ।
27କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଙ୍କୀର୍ଣ୍ଣ କୂପ ଅଟେ।
28ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।