Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:1-13

Help us?
Click on verse(s) to share them!
1ତୁମ୍ଭେ ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ, ପୁଣି, ସେମାନଙ୍କର ସଙ୍ଗୀ ହେବାକୁ ବାଞ୍ଛା କର ନାହିଁ।
2କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ।
3ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ;
4ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ।
5ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ।
6ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ।
7ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ।
8ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।
9ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।
10ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।
11ମୃତ୍ୟୁୁ ନିମନ୍ତେ ନିଆ ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।
12ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ’ଣ ତାହା ବୁଝନ୍ତି ନାହିଁ ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ’ଣ ତାହା ଜାଣନ୍ତି ନାହିଁ ? ଆଉ, ସେ କ’ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ ?
13ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:1-13ହିତୋପଦେଶ 24:1-13