Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:10-24

Help us?
Click on verse(s) to share them!
10ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।
11ମୃତ୍ୟୁୁ ନିମନ୍ତେ ନିଆ ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।
12ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ’ଣ ତାହା ବୁଝନ୍ତି ନାହିଁ ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ’ଣ ତାହା ଜାଣନ୍ତି ନାହିଁ ? ଆଉ, ସେ କ’ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ ?
13ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।
14ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
15ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ।
16ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।
17ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
18କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।
19ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।
20କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
21ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।
22କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ ?
23ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ।
24ଦୁଷ୍ଟକୁ ଯେ କହେ, ତୁମ୍ଭେ ଧାର୍ମିକ, ତାହାକୁ ଲୋକେ ଅଭିଶାପ ଦେବେ, ଗୋଷ୍ଠୀୟମାନେ ତାହାକୁ ଘୃଣା କରିବେ।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:10-24ହିତୋପଦେଶ 24:10-24