13 ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।
14 ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
15 ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ।
16 ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।