15ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ।
16ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।
17ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
18କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।
19ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।
20କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
21ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।
22କାରଣ ହଠାତ୍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ ?