Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:25-34

Help us?
Click on verse(s) to share them!
25ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ।
26ଯେ ଯଥାର୍ଥ ଉତ୍ତର ଦିଏ, ସେ ଓଷ୍ଠାଧର ଚୁମ୍ବନ କରେ।
27ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।
28ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।
29ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ।
30ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।
31ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।
32ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି।
33ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
34ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:25-34ହିତୋପଦେଶ 24:25-34