Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 24

ହିତୋପଦେଶ 24:3-18

Help us?
Click on verse(s) to share them!
3ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ;
4ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ।
5ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ।
6ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ।
7ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ।
8ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।
9ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।
10ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।
11ମୃତ୍ୟୁୁ ନିମନ୍ତେ ନିଆ ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।
12ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ’ଣ ତାହା ବୁଝନ୍ତି ନାହିଁ ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ’ଣ ତାହା ଜାଣନ୍ତି ନାହିଁ ? ଆଉ, ସେ କ’ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ ?
13ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।
14ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
15ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ।
16ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।
17ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
18କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।

Read ହିତୋପଦେଶ 24ହିତୋପଦେଶ 24
Compare ହିତୋପଦେଶ 24:3-18ହିତୋପଦେଶ 24:3-18