4ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ।
5ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍ ଲୋକ ବଳ ବଢ଼ାଏ।
6ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ।
7ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ।
8ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।