1ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରିଥିଲେ।
2ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।
3ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।
4ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରୀ ପାଇଁ ଏକ ପାତ୍ର ବାହାର ହେବ।
5ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।