Text copied!
Bibles in Odia

ହିତୋପଦେଶ 25:10-15 in Odia

Help us?

ହିତୋପଦେଶ 25:10-15 in ଓଡିଆ ବାଇବେଲ

10 ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ।
11 ଯଥୋଚିତମତେ କଥିତ ବାକ୍ୟ ରୂପା-ପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।
12 ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।
13 ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
15 ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।
ହିତୋପଦେଶ 25 in ଓଡିଆ ବାଇବେଲ