Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 25

ହିତୋପଦେଶ 25:13-26

Help us?
Click on verse(s) to share them!
13ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
14ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
15ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।
16ତୁମ୍ଭେ କି ମଧୁ ପାଇଅଛ ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍‍ଗାର କରି ପକାଇବ।
17ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।
18ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;
19ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।
20ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି।
21ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;
22ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।
23ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।
24କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ।
25ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ।
26ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ।

Read ହିତୋପଦେଶ 25ହିତୋପଦେଶ 25
Compare ହିତୋପଦେଶ 25:13-26ହିତୋପଦେଶ 25:13-26