15ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।
16ତୁମ୍ଭେ କି ମଧୁ ପାଇଅଛ ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।
17ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।
18ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;
19ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।
20ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି।