Text copied!
Bibles in Odia

ହିତୋପଦେଶ 25:15-24 in Odia

Help us?

ହିତୋପଦେଶ 25:15-24 in ଓଡିଆ ବାଇବେଲ

15 ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।
16 ତୁମ୍ଭେ କି ମଧୁ ପାଇଅଛ ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍‍ଗାର କରି ପକାଇବ।
17 ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।
18 ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;
19 ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।
20 ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି।
21 ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;
22 ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।
23 ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।
24 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ।
ହିତୋପଦେଶ 25 in ଓଡିଆ ବାଇବେଲ