Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 25

ହିତୋପଦେଶ 25:2-16

Help us?
Click on verse(s) to share them!
2ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।
3ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।
4ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରୀ ପାଇଁ ଏକ ପାତ୍ର ବାହାର ହେବ।
5ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।
6ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ।
7କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ।
8ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ ?
9ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।
10ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ।
11ଯଥୋଚିତମତେ କଥିତ ବାକ୍ୟ ରୂପା-ପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।
12ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।
13ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
14ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
15ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।
16ତୁମ୍ଭେ କି ମଧୁ ପାଇଅଛ ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍‍ଗାର କରି ପକାଇବ।

Read ହିତୋପଦେଶ 25ହିତୋପଦେଶ 25
Compare ହିତୋପଦେଶ 25:2-16ହିତୋପଦେଶ 25:2-16