25ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ।
26ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ।
27ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।
28ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।