5ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।
6ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ।
7କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ।
8ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ ?