Text copied!
Bibles in Odia

ହିତୋପଦେଶ 26:10-25 in Odia

Help us?

ହିତୋପଦେଶ 26:10-25 in ଓଡିଆ ବାଇବେଲ

10 ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।
11 ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।
12 ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
13 ଅଳସୁଆ କହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।
14 ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।
15 ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
16 ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ।
17 ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
18 ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
19 ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, ମୁଁ କ’ଣ କୌତୁକ କରୁ ନାହିଁ ? ସେ ସେପରି।
20 କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
21 ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
22 କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
23 ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକାପାତ୍ର ତୁଲ୍ୟ।
24 ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।
25 ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତଟା ଘୃଣ୍ୟ ବିଷୟ ଥାଏ।
ହିତୋପଦେଶ 26 in ଓଡିଆ ବାଇବେଲ