15ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
16ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ।
17ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
18ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
19ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, ମୁଁ କ’ଣ କୌତୁକ କରୁ ନାହିଁ ? ସେ ସେପରି।
20କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
21ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
22କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
23ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକାପାତ୍ର ତୁଲ୍ୟ।