Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 26

ହିତୋପଦେଶ 26:17-23

Help us?
Click on verse(s) to share them!
17ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
18ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
19ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, ମୁଁ କ’ଣ କୌତୁକ କରୁ ନାହିଁ ? ସେ ସେପରି।
20କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
21ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
22କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
23ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକାପାତ୍ର ତୁଲ୍ୟ।

Read ହିତୋପଦେଶ 26ହିତୋପଦେଶ 26
Compare ହିତୋପଦେଶ 26:17-23ହିତୋପଦେଶ 26:17-23