Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 26

ହିତୋପଦେଶ 26:2-8

Help us?
Click on verse(s) to share them!
2ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।
3ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।
4ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।
5ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।
6ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।
7ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ-ବାକ୍ୟ।
8ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ।

Read ହିତୋପଦେଶ 26ହିତୋପଦେଶ 26
Compare ହିତୋପଦେଶ 26:2-8ହିତୋପଦେଶ 26:2-8