20କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
21ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
22କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
23ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକାପାତ୍ର ତୁଲ୍ୟ।
24ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।
25ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତଟା ଘୃଣ୍ୟ ବିଷୟ ଥାଏ।
26ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ।