4ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।
5ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।
6ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।
7ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ-ବାକ୍ୟ।
8ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ।
9ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି।
10ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।
11ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।
12ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
13ଅଳସୁଆ କହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।
14ଯେପରି କବ୍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।
15ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
16ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ।
17ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
18ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;