13ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍ ହୁଏ, ତାହାକୁ ବନ୍ଧକ ରଖ।
14ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
15ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।
16ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।
17ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
18ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।
19ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।
20ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।