Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 27

ହିତୋପଦେଶ 27:9-15

Help us?
Click on verse(s) to share them!
9ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୁପ କରେ।
10ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
11ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋ’ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।
12ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।
13ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
14ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
15ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।

Read ହିତୋପଦେଶ 27ହିତୋପଦେଶ 27
Compare ହିତୋପଦେଶ 27:9-15ହିତୋପଦେଶ 27:9-15