11ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।
12ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।
13ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
14ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
15ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
16ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।
17ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।
18ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ।