Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 28

ହିତୋପଦେଶ 28:16-24

Help us?
Click on verse(s) to share them!
16ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।
17ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।
18ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।
19ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।
20ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।
21ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
22କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।
23ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।
24ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ।

Read ହିତୋପଦେଶ 28ହିତୋପଦେଶ 28
Compare ହିତୋପଦେଶ 28:16-24ହିତୋପଦେଶ 28:16-24