Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 28

ହିତୋପଦେଶ 28:23-28

Help us?
Click on verse(s) to share them!
23ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।
24ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ।
25ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
26ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।
27ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।
28ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।

Read ହିତୋପଦେଶ 28ହିତୋପଦେଶ 28
Compare ହିତୋପଦେଶ 28:23-28ହିତୋପଦେଶ 28:23-28