3ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
4ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
5ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
6ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।
7ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
8ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
9ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
10ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।