3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
4 ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
5 ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
6 ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।
7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
8 ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
9 ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।