Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 29

ହିତୋପଦେଶ 29:1-15

Help us?
Click on verse(s) to share them!
1ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।
2ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।
3ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
4ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।
5ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
6ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।
7ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
8ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।
9ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।
10ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।
11ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
12ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
13ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
14ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
15ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।

Read ହିତୋପଦେଶ 29ହିତୋପଦେଶ 29
Compare ହିତୋପଦେଶ 29:1-15ହିତୋପଦେଶ 29:1-15