15ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
16ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।
17ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
18ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।
19କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।
20ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
21ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।
22କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
23ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
24ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।