Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 29

ହିତୋପଦେଶ 29:17-27

Help us?
Click on verse(s) to share them!
17ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
18ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।
19କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।
20ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
21ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।
22କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
23ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
24ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
25ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
26ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।
27ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।

Read ହିତୋପଦେଶ 29ହିତୋପଦେଶ 29
Compare ହିତୋପଦେଶ 29:17-27ହିତୋପଦେଶ 29:17-27