Text copied!
Bibles in Odia

ହିତୋପଦେଶ 29:18-25 in Odia

Help us?

ହିତୋପଦେଶ 29:18-25 in ଓଡିଆ ବାଇବେଲ

18 ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।
19 କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।
20 ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
21 ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।
22 କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
23 ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
24 ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
25 ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
ହିତୋପଦେଶ 29 in ଓଡିଆ ବାଇବେଲ