22କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
23ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
24ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
25ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।