Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 29

ହିତୋପଦେଶ 29:5-16

Help us?
Click on verse(s) to share them!
5ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
6ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।
7ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।
8ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି।
9ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।
10ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।
11ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
12ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।
13ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
14ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
15ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
16ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ।

Read ହିତୋପଦେଶ 29ହିତୋପଦେଶ 29
Compare ହିତୋପଦେଶ 29:5-16ହିତୋପଦେଶ 29:5-16