Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 2

ହିତୋପଦେଶ 2:10-22

Help us?
Click on verse(s) to share them!
10କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
11ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
12ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
13ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
14ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
15ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
16ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ
17ଯାହାର ଗୃହ ମୃତ୍ୟୁୁ ଆଡ଼େ
18ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
19ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।
20ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,
21ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।
22ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।

Read ହିତୋପଦେଶ 2ହିତୋପଦେଶ 2
Compare ହିତୋପଦେଶ 2:10-22ହିତୋପଦେଶ 2:10-22