Text copied!
Bibles in Odia

ହିତୋପଦେଶ 2:3-16 in Odia

Help us?

ହିତୋପଦେଶ 2:3-16 in ଓଡିଆ ବାଇବେଲ

3 ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
4 ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
7 ସେ ସତ୍‍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
8 ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।
9 ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।
10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
16 ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ
ହିତୋପଦେଶ 2 in ଓଡିଆ ବାଇବେଲ