3ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
4ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
5ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
6ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
7ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।