Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 2

ହିତୋପଦେଶ 2:4-12

Help us?
Click on verse(s) to share them!
4ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
5ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
6ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
7ସେ ସତ୍‍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
8ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।
9ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।
10କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
11ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
12ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,

Read ହିତୋପଦେଶ 2ହିତୋପଦେଶ 2
Compare ହିତୋପଦେଶ 2:4-12ହିତୋପଦେଶ 2:4-12