6ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
7ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
8ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।
9ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।
10କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
11ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
12ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
13ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
14ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
15ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
16ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ
17ଯାହାର ଗୃହ ମୃତ୍ୟୁୁ ଆଡ଼େ