Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 2

ହିତୋପଦେଶ 2:9-16

Help us?
Click on verse(s) to share them!
9ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।
10କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
11ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
12ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
13ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
14ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
15ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
16ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ

Read ହିତୋପଦେଶ 2ହିତୋପଦେଶ 2
Compare ହିତୋପଦେଶ 2:9-16ହିତୋପଦେଶ 2:9-16