1ଯାକିର ପୁତ୍ର ଆଗୁରର କଥା : ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍, ଈଥୀୟେଲ ଓ ଉକଲକୁ କହେ :
2ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍, ପୁଣି, ମୋ’ଠାରେ ମନୁଷ୍ୟର ବିବେଚନା ନାହିଁ।
3ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋ’ଠାରେ ନାହିଁ।
4କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି ? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି ? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି ? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି ? ତାହାଙ୍କର ନାମ କଅଣ ? ତାହାଙ୍କ ପୁତ୍ରର ନାମ କଅଣ ? ଏହା ଯେବେ ଜାଣ, ତେବେ କୁହ।
5ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।
6ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।